ରିପୋର୍ଟ କାର୍ଡ / ଭୁବନେଶ୍ବର
କଟକରେ ଶାନ୍ତି ବଜାୟ ରଖିବାକୁ ଅପିଲ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। କଟକରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ପରିସ୍ଥିତି ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି। କହିଛନ୍ତି ଏକ ଶାନ୍ତିପ୍ରିୟ ରାଜ୍ୟ ଭାବରେ ଓଡିଶାର ସୁନାମ ରହିଛି। ଓଡିଶାବାସୀ, କଟକବାସୀ ଶାନ୍ତି ଓ ସଦଭାବ ଚାହାଁନ୍ତି। ତେଣୁ କଟକ ସହରରେ ଶାନ୍ତି ବଜାୟ ରଖିବା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅନୁରୋଧ କରିଛନ୍ତି।






More Stories
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..
ଆଜି ସ୍କୁଲ ଛୁଟି…..