ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ସ୍ୱରୂପ ନାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ନବୀନ ଟ୍ୱିଟ କରି ଲେଖିଛନ୍ତି ଯେ ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ତାଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ଵତନ୍ତ୍ର ହୋଇ ରହିବ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ ଯୋଗଦାନ ପାଇଁ ସେ ଚିରସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି’। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି ଲେଖିଛନ୍ତି ଯେ, ‘ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ତଥା ଅଭିନେତା ସ୍ୱରୂପ ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସଙ୍ଗୀତ ନିର୍ଦ୍ଦେଶନାରେ ସେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ବିଶେଷ ଭାବରେ ଓଡ଼ିଆ ଚଳଚ୍ଚିତ୍ର ଓ ସଙ୍ଗୀତ ଜଗତକୁ ତାଙ୍କର ଅବଦାନ ଅନେକ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଉଜ୍ଜ୍ୱଳ ପ୍ରତିଭାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି’ ।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……