ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଆ ସିନେଜଗତର ବିଶିଷ୍ଟ ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଛନ୍ତି। ଏହି ଖବର ଓଲିଉଡ଼୍ ଶିଳ୍ପ ସମେତ ତାଙ୍କ ପ୍ରଶଂସକ ତଥା ସମଗ୍ର ରାଜ୍ୟବାସୀଙ୍କୁ ଶକ୍ତ ଧକ୍କା ଦେଇଛି। ଏହି ପ୍ରସିଦ୍ଧ ଅଭିନେତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ୍ କରି ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ନବୀନ। ଟ୍ବିଟ୍ କରି ସେ ଲେଖିଛନ୍ତି, ‘‘ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି।’’






More Stories
ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ,ପ୍ରୋଜେକ୍ଟ କାର୍ଯ୍ୟ ବାଧ୍ୟତାମୂଳକ…..
ବିହାର ଭୋଟ ଗଣତି : ୧୯୦ ସିଟରେ ଆଗୁଆ ଏନଡିଏ….
କେନ୍ଦ୍ରାପଡାରେ ଫୁଟିଲା ଗୁଳି……