ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ନବୀନଙ୍କୁ ନିମନ୍ତ୍ରଣ ହୋଇଛି । ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହି ଶପଥ ସମାରୋହରେ ଯୋଗ ଦେବା ପାଇଁ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ କରିଛି ବିଜେପି।ବିଜେପିର ୫ ବରିଷ୍ଠ ନେତା ନବୀନ ନିବାସ ଯାଇ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା। ନିତ୍ୟାନନ୍ଦ ଗଣ୍ଡ ଏବଂ ସମୀର ମହାନ୍ତି ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିବା ଜଣାଯାଇଛି। ନବୀନ ପଟ୍ଟନାୟକ ମଧ୍ୟ ନିମନ୍ତ୍ରଣ ରକ୍ଷା କରି ନିଶ୍ଚିତ ଭାବେ ପହଞ୍ଚିବେ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ବିଜେପି ନେତା।






More Stories
ରାଜ୍ୟସଭା ମତଦାନ ଆରମ୍ଭ…..
ଆଜି ରାଜ୍ୟ ସଭା ଭୋଟ…..
ବିଜେଡି ପକ୍ଷରୁ ୨ ନିଲମ୍ବିତ ବିଧାୟକଙ୍କୁ ନୋଟିସ…..