Report Card Odisha

| Daily Odia News

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ। ଆଜି ଦିନ ୧୧ଟା ୩୦ମିନିଟରେ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଧାନସଭାରେ ବିଜେଡିର ପରାଜୟ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ। ୨୦୦୦ ମସିହା ମାର୍ଚ୍ଚ ୫ରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ନବୀନ। ଏହାପରଠାରୁ ଲଗାତାର ୫ଥର ତାଙ୍କ ଦଳ ଜିତିବା ପରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ନବୀନ ପଟ୍ଟନାୟକ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ। ନିର୍ବାଚନରେ ବିଜେଡି ପରାଜିତ ହୋଇଥିଲେ ବି ଓଡ଼ିଶାବାସୀଙ୍କ ହୃଦୟରେ ନବୀନ ସଦା ସର୍ବଦା ରହିଛନ୍ତି।

Breaking News