Report Card Odisha

| Daily Odia News

ବିବାହ କଲେ ନବୀନଙ୍କ ପୁତୁରା ଅରୁଣ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ହେଲେ ନବୀନ ପଟ୍ଟନାୟକ ଙ୍କ ପୁତୁରା ଅରୁଣ ପଟ୍ଟନାୟକ। ସେ ନେଦରଲ୍ୟାଣ୍ଡସ୍‌ରେ ବିବାହ କରିଥିବା ଜଣାପଡ଼ିଛି । ନାଦିଆ ନାମ୍ନୀ ଜଣେ ବିଦେଶୀ ଯୁବତୀଙ୍କୁ ବିବାହ କରିଛନ୍ତି ବିଜୁ ପଟ୍ଟନାୟକଙ୍କ ନାତି ତଥା ପ୍ରେମ ପଟ୍ଟନାୟକଙ୍କ ପୁଅ ଅରୁଣ ପଟ୍ଟନାୟକ । ନେଦରଲ୍ୟାଣ୍ଡସ୍‌ରେ ଏକ ବର୍ଣ୍ଣାଢ୍ୟ ସମାରୋହରେ ଉଭୟ ଅରୁଣ ଓ ନାଦିଆ ପରସ୍ପରର ଜୀବନସାଥୀ ହୋଇଛନ୍ତି । ଏହି ବିବାହ ଉତ୍ସବରେ ଅରୁଣଙ୍କ ବାପା ତଥା ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଉପସ୍ଥିତ ଥିଲେ। । ପ୍ରେମ ପଟ୍ଟନାୟକଙ୍କ ଝିଅ ସୋଶାଲ ମିଡିଆରେ ଏହାର ଫଟୋ ଓ ଭିଡିଓ ଶେଆର କରିଛନ୍ତି।

Breaking News