ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା । ଏ ସମସ୍ୟା ସଂପର୍କରେ ଜନସାଧାରଣ ୫ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା, ଉନ୍ନୟନ କମିସନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ। ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର ଟାକ୍ସ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..