ରିପୋର୍ଟ କାର୍ଡ / ଭୁବନେଶ୍ବର
ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ସକାଳ ୧୦ଟାରେ ସର୍ଭାଇକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ଆସନ୍ତା ୨୨ ତାରିଖରେ ମୁମ୍ବଇରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବେ। ସର୍ଭାଇକାଲ ଆର୍ଥ୍ରାଇଟିସ୍ ସମସ୍ୟା ଥିବାରୁ ଚିକିତ୍ସିତ ହେବେ। ମୁମ୍ବଇରେ ଥିବା କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବେ। ସେଠାରେ ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….