ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜି-୨୦ ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆଜି ଅନୁଷ୍ଠିତ ହେବାକୁ ଥିବା ଡିନର ପାର୍ଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହେବେନି । ଡିନର କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ଶ୍ରୀ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି । ଏହି ରାତ୍ରିଭୋଜି କାର୍ଯ୍ୟକ୍ରମକୁ ପୂର୍ବତନ ପ୍ରଧାନମନ୍ତ୍ରୀମାନଙ୍କ ସମେତ ଭାରତ ସରକାରଙ୍କ ମନ୍ତ୍ରୀ, ବିଭିନ୍ନ ରାଜନୀତିକ ଦଳର ନେତୃବୃନ୍ଦ, ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଛି । ତେବେ ଏହି ରାତ୍ରିଭୋଜି କାର୍ଯ୍ୟକ୍ରମରେ ସମସ୍ତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସମେତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖିବିନ୍ଦର ସିଂ ସୁକୁ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..