Report Card Odisha

| Daily Odia News

କେନ୍ଦ୍ରକୁ ଚିଠି ଲେଖିଲେ ନବୀନ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ, ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହୋଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲାରେ ସାର ସମସ୍ୟା ଉତ୍କଟ ହୋଇଛି। ଚାଷୀ କୂଳର ଏ ସମସ୍ୟା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟନାୟକ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଚିଠି ଲେଖିଛନ୍ତି। ଓଡ଼ିଶା ଚାଷୀ କୂଳର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ନବୀନ ଦାବି କରିଛନ୍ତ। ନବୀନ କହିଛନ୍ତି , କୃଷି ଓଡ଼ିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡ଼ିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟା ର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡ଼ିଶାକୁ ଏ ସଫଳତା ଆଣି ଦେଇଥିଲା। ଓଡ଼ିଶାରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବି କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନାହାନ୍ତି। ୟୁରିଆ ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ଓଡ଼ିଶା ସରକାରଙ୍କ agency Markfed ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛନ୍ତି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜ ରାସ୍ତାକୁ ଓହ୍ଲାଇବା ଚିନ୍ତାର ବିଷୟ ବୋଲି ନବୀନ କହିଛନ୍ତି। ନବୀନ ଆହୁରି କହିଛନ୍ତି , ୨୦୧୮ ରେ ଶିଳାନ୍ୟାସ କରାଯାଇଥିବା ତାଳଚେର ସାର କାରଖାନା ୩୬ ମାସ ରେ ଶେଷ ହେବ ବୋଲି ଘୋଷଣା କରାଯାଇଥିଲେ ବି ସାତ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁଃଖର ବିଷୟ। ଖରିଫ ଋତୁ ଆରମ୍ଭରେ ସାର ଅଭାବ ତଥା ଯୋଗାଣରେ ଚାଲଥିବା ଅବ୍ୟବସ୍ଥା ଓ ଦୁର୍ନୀତିକୁ ରୋକିବାକୁ ଯଦି ସମୟୋଚିତ ପଦକ୍ଷେପ ନିଆ ନ ଯାଏ ତେବେ କୃଷି ଉତ୍ପାଦନ ରେ ବ୍ୟାଘାତ ସୃଷ୍ଟି ସହ ଚାଷୀ ଭାଇ ଭଉଣୀଙ୍କ ଜୀବିକାକୁ ମଧ୍ୟ ଏହା ପ୍ରଭାବିତ କରିବ ବୋଲି ନବୀନ ସତର୍କ କରିଛନ୍ତି।

Breaking News