ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ। ସେହିପରି ଆସନ୍ତା ୩୧ ତାରିଖ ଦିନ ଶ୍ରୀ ପଟ୍ଟନାୟକ ୪ ଜିଲ୍ଲା ଯଥା ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଗସ୍ତ କରିବେ। ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଗଞ୍ଜାମର ହିଞ୍ଜିଳି, ଶେରଗଡ଼, କବିସୂର୍ଯ୍ୟନଗର, ଆସିକା ଓ ଖଲ୍ଲିକୋଟ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ ଚାଷୀଙ୍କୁ ଭେଟିବେ। ଫସଲ କ୍ଷତି ସମ୍ପର୍କରେ ସେ ପଚାରି ବୁଝିବେ। ସେହିପରି ୩୧ରେ ପୁରୀର ସତ୍ୟବାଦୀ, କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ, କଟକର ସାଲେପୁର ଓ ଜଗତସିଂହପୁରର ବାଲିକୁଦା ବ୍ଲକ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଞ୍ଚଳ ବୁଲିବେ ନବୀନ। ସମ୍ପୃକ୍ତ ଅଧିକାରୀଙ୍କ ସହ ଫସଲ ପରିସ୍ଥିତି ସମ୍ପର୍କରେ ସେ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।






More Stories
IAS ସ୍ତରରେ ବଡ଼ ଧରଣର ଅଦଳବଦଳ…..
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..