ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଉ ମାତ୍ର ତିନି ଦିନ ପରେ ଛତିଶଗଡ଼ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍ | ଏହା ପୂର୍ବରୁ ଆଜି ଜଣେ ବିଜେପି ନେତାଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ମୃତ ବିଜେପି ନେତାଙ୍କ ନାଁ ରତନ ଦୁବେ। ସେ ବିଜେପିର ନାରାୟଣପୁର ଜିଲ୍ଲା ଶାଖାର ଉପ-ସଭାପତି ଥିଲେ। ରତନ ଦୁବେ ନାରାୟଣପୁର ଜିଲ୍ଲାର କୌଶଲନାର ଅଞ୍ଚଳକୁ ନିର୍ବାଚନ ପ୍ରଚାର କରିବାକୁ ଯାଇଥିବା ବେଳେ ତାଙ୍କୁ ନକ୍ସଳମାନେ ହତ୍ୟା କରିଥିଲେ ବୋଲି ଜଣାପଡ଼ିଛି।ପୋଲିସର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଛତିଶଗଡ଼ରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେଉଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନଭେମ୍ବର ୭ ତାରିଖରେ ଭୋଟ୍ ଗ୍ରହଣ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନଭେମ୍ବର ୧୭ ତାରିଖରେ ଭୋଟ୍ ଗ୍ରହଣ ହେବ।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……