Report Card Odisha

| Daily Odia News

ଶପଥ ନେଲେ ନାୟବ ସିଂହ ସୈନୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ନାୟବ ସିଂହ ସୈନୀ ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଲଗାତର ଦ୍ଵିତୀୟ ଥର ପାଇଁ ଆଜି ସେ ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପଞ୍ଚକୁଳାରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସୈନୀଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ମଧ୍ୟ ଏହି ସମାରୋହରେ ଶପଥ ନେଇଛନ୍ତି। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପିର ଶୀର୍ଷ ନେତୃବୃନ୍ଦଙ୍କ ସହ ଏନଡିଏର ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।

Breaking News