ରିପୋର୍ଟ କାର୍ଡ / ପାରଳାଖେମୁଣ୍ଡି
ବହୁଚର୍ଚ୍ଚିତ ଖବର ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ବିରୋଧରେ ନନ ବେଲ ୱାରେଣ୍ଟ ( NBW ) ଜାରିହୋଇଛି । ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, DFO ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି କରିଛନ୍ତି ପାରଳାଖେମୁଣ୍ଡି SDJM କୋର୍ଟ। ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ମାମଲା ଖାରଜ ପାଇଁ ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରିଛନ୍ତି କୋର୍ଟ। ଉଲ୍ଲେଖ ଯୋଗ୍ୟ- ୨୦୨୧ ଜୁଲାଇ ୧୨ ତାରିଖରେ ପାରଳାଖେମୁଣ୍ଡିର ଏସିଏଫ୍ଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ଖେଳାଇ ଦେଇଥିଲା। ଉଭୟ ସ୍ୱାମୀ ଓ ସ୍ତ୍ରୀ ସରକାରୀ କ୍ୱାର୍ଟର୍ସରେ ରହିଥିଲେ। ସୌମ୍ୟଙ୍କ ଶରୀରରେ ନିଆଁ ଲାଗି ଯାଇଥିଲା। ପତ୍ନୀ ବିଦ୍ୟାଭାରତୀ ଏନେଇ ପଡ଼ୋଶୀଙ୍କୁ କହିଥିଲେ। ଆମ୍ୱୁଲାନ୍ସ ଆସିବାରେ ବିଳମ୍ୱ ହେବାରୁ ବନ ବିଭାଗ ଗାଡ଼ିରେ ସୌମ୍ୟାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲ୍ କଲେଜକୁ ସ୍ଥାନାନ୍ତରିତ କରାଯାଇଥିଲା। ତା’ ପର ଦିନ ତାଙ୍କୁ କଟକର ଏକ ପ୍ରାଇଭେଟ୍ ମେଡିକାଲ୍ରେ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୌମ୍ୟଙ୍କର ମୃତ୍ୟୁ ଘଟିଥିଲା|






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….