ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ-ଆମେରିକାରେ ଦ୍ୱିପାକ୍ଷିକ ସମ୍ପର୍କ ଦୃଢ଼ୀଭୁତ କରିବା ଦିଗରେ ପ୍ରତିରକ୍ଷା ସହଯୋଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆଜି ସନ୍ଧ୍ୟାରେ ଭାରତ ଆସିଥିବା ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ଲୟେଡ୍ ଜେ. ଅଷ୍ଟିନ୍ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି। ଚଳିତ ବର୍ଷ ଜାନୁଆରୀରେ ରାଷ୍ଟ୍ରପତି ଜୋ ବାଇଡେ଼ନଙ୍କ ଦାୟିତ୍ୱ ଗ୍ରହଣ କରିବା ପରେ ଆମେରିକାର ଭାରତକୁ ପ୍ରଥମ ଉଚ୍ଚ ସ୍ତରୀୟ ଗସ୍ତ। ଆଲୋଚନା କାଳରେ ପ୍ରଧାନମନ୍ତ୍ରୀ ଦୁଇ ଦେଶ ମଧ୍ୟରେ ଥିବା ଘନିଷ୍ଠ ସମ୍ପର୍କକୁ ସ୍ୱାଗତ କରିବା ସହ ଭାରତ ଏବଂ ଆମେରିକା ମଧ୍ୟରେ ରଣନୀତିକ ଭାଗିଦାରୀ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଶ୍ରୀ ମୋଦୀ ପ୍ରତିରକ୍ଷା ମନ୍ତ୍ରୀ ଲୟେଡ୍ ଜେ. ଅଷ୍ଟିନଙ୍କୁ ରାଷ୍ଟ୍ରପତି ବାଇଡେ଼ନଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁରୋଧ କରିଛନ୍ତି। ଅନ୍ୟ ପକ୍ଷରେ ଆମେରିକା ମନ୍ତ୍ରୀ ଶ୍ରୀ ମୋଦୀଙ୍କୁ ରାଷ୍ଟ୍ରପତି ବାଇଡେ଼ନଙ୍କ ଶୁଭେଚ୍ଛା ଜଣାଇଛନ୍ତି। ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ପ୍ରତିରକ୍ଷା ସମ୍ପର୍କକୁ ମଜବୁତ କରିବା ଦିଗରେ ଆମେରିକା ସରକାରଙ୍କ ନିରନ୍ତର ପ୍ରତିବଦ୍ଧତାକୁ ଲୟେଡ୍ ଜେ. ଅଷ୍ଟିନ ଦୋହରାଇଛନ୍ତି। ସେ ପ୍ରଶାନ୍ତ ମହାସାଗରୀୟ ଅଂଚଳରେ ଶାନ୍ତି, ସ୍ଥିରତା ଏବଂ ବିକାଶ ପାଇଁ ରଣନୀତିକ ଭାଗିଦାରୀକୁ ଆହୁରି ବୃଦ୍ଧି କରିବାକୁ ତାଙ୍କ ଦେଶ ଆଗ୍ରହୀ ବୋଲି ଅଷ୍ଟିନ କହିଛନ୍ତି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..