ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ନିଟ୍ ୟୁଜି ପରୀକ୍ଷା । ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଗୋଟିଏ ସିଟିଂରେ ହେବ ପରୀକ୍ଷା । ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଚଳିତ ବର୍ଷ ୧୮ ଲକ୍ଷ ୭୨ ହଜାର ୩୨୯ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ୧୦ ଲକ୍ଷ ୬୪ ହଜାର ଛାତ୍ର, ୮ ଲକ୍ଷ ୭ ହଜାର ୭୧୧ ଛାତ୍ରୀ ଅଛନ୍ତି । ତେବେ ଦେଶର ୫୪୩ ସହର ସମେତ ବିଦେଶର ୧୪ଟି ସହରରେ ପରୀକ୍ଷା ହେବ। ଆବୁଧାବି, ବ୍ୟାଙ୍କଙ୍କ୍ , କଲମ୍ବୋ, ଦୋହା, ଦୁବାଇ, କାଠମାଣ୍ଡୁ, କ୍ବୁଲାଲମ୍ବପୁର, କ୍ବଏତ୍ ସହର, ଲା ଗୋସ୍ , ମାନାମା, ମାସ୍କର୍ଟ, ରିୟାଦ, ସାରଜା, ସିଙ୍ଗାପୁର ସହରରେ ପରୀକ୍ଷା କେନ୍ଦ୍ର ହୋଇଛି। ଗତବର୍ଷ ପରି ଏଥର ମଧ୍ୟ ଓଡ଼ିଆ ସମେତ ଇଂରାଜୀ, ହିନ୍ଦୀ, ବେଙ୍ଗଲି, ଗୁଜୁରାଟି, କନ୍ନଡ, ମାଲାୟଲମ୍ , ମରାଠି, ପଞ୍ଜାବୀ, ତାମିଲ, ତେଲଗୁ ଓ ଉର୍ଦ୍ଦୁ ପରି ୧୩ଟି ଭାଷାରେ ଏହି ପରୀକ୍ଷା ଅନୁଷ୍ଠିତ ହେବ।






More Stories
ବିହାର ହାର୍ ପାଇଁ ଆରଜେଡି ଦାୟୀ…..
ଚମକିଲେ ଚିରାଗ ପାଶୱାନ,୨୨ସିଟରେ ଆଗୁଆ…..
ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ,ପ୍ରୋଜେକ୍ଟ କାର୍ଯ୍ୟ ବାଧ୍ୟତାମୂଳକ…..