ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଯୁକ୍ତ ଦୁଇ କଲେଜରେ ଆରମ୍ଭ ହେବ NEET ଓ JEE ପାଇଁ କୋଚିଂ। ଭର୍ଚ୍ଚୁଆଲ ମାଧ୍ୟମରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଏହି କୋଟିଂ ଦିଆଯିବ। ଏଥିଲାଗି କଲେଜରେ ସ୍ମାର୍ଟ TV ଓ ଇଣ୍ଟରଆକ୍ଟିଭ୍ ପାନେଲ୍ ବ୍ୟବସ୍ଥା କରାଯାଇଛି। ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା, NEET ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା JEE ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଯୋଜନା ହୋଇଛି। ପ୍ରତିଦିନ କୋଚିଂ କ୍ଲାସର ଉପସ୍ଥାନ ସମ୍ପର୍କରେ ନୋଡାଲ ଅଫିସର ନିର୍ଦ୍ଦେଶାଳୟକୁ ଅବଗତ କରିବେ। ଅନଲାଇନ୍ କ୍ଲାସ ସମୟରେ ପିଲାଙ୍କୁ ସହାୟତା କରିବାକୁ କଲେଜ୍ କର୍ତ୍ତୃପକ୍ଷ ମେଣ୍ଟର ଟିଚରଙ୍କୁ ନିଯୁକ୍ତ କରିବାକୁ କୁହାଯାଇଛି।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….