ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାନୁଆରୀ ୧୯ ତାରିଖରୁ ନିଟ୍ ପିଜି କାଉନସିଲିଂ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ । ଟ୍ୱିଟ କରି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ମେଡିକାଲ ଛାତ୍ରଛାତ୍ରୀଙ୍କ ବିଷୟରେ କିଛି ଲେଖିଥିବା ଦେଖିବାକୁ ମିଳିଛି । ନିଜର ଟ୍ୱିଟ୍ ଜରିଆରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ଛାତ୍ରଛାତ୍ରୀ ମାନଙ୍କୁ ଦେଶର ଭବିଷ୍ୟତ ବୋଲି କହିଛନ୍ତି । ତାହା ସହ ମୁଁ ଆଶା କରୁଛି ‘ସେବା ହେଉଛି ଧର୍ମ’ । ମୁଁ ସମସ୍ତ ଛାତ୍ରଛାତ୍ରୀଙ୍କ ସଫଳତା କାମନାକରୁଛି ବୋଲି ସେ କହିଛନ୍ତି ।






More Stories
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
ଆପ ଅଭିଯୋଗକୁ ରାଘବଙ୍କ ଖଣ୍ଡନ…..