ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ପ୍ରକାଶ ପାଇଛି ନିଟ-ୟୁଜି ପରୀକ୍ଷା ରେଜଲ୍ଟ । ଶନିବାର ମଧ୍ୟାହ୍ନ ସୁଦ୍ଧା ସହରୱାରୀ ଓ ପରୀକ୍ଷା କେନ୍ଦ୍ରୱାରୀ ନିଟ ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ସୁପ୍ରିମ କୋର୍ଟ ଏନଟିଏକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଆଜି ନିର୍ଦ୍ଧାରିତ ସମୟ ମଧ୍ୟରେ ଏହାକୁ ପ୍ରକାଶ କରାଯାଇଛି। ନିଟ-ୟୁଜି ରେଜଲ୍ଟ ଏବେ NEET UG 2024ର ଅଫିସିଆଲ ୱେବସାଇଟ୍ରେ ଉପଲବ୍ଧ ଅଛି। ୱେବସାଇଟ୍ nta.nic.inକୁ କ୍ଲିକ୍ କରି ଛାତ୍ରଛାତ୍ରୀ ନିଜ ରେଜଲ୍ଟ ପାଇପାରିବେ। ଜୁନ ୪ରେ ସର୍ବଭାରତୀୟ ସ୍ତରରେ ନିଟ ରେଜଲ୍ଟ ପ୍ରକାଶ ପାଇଥିଲା। କିନ୍ତୁ ଏବେ ସହରୱାରୀ ଓ ପରୀକ୍ଷାକେନ୍ଦ୍ରୱାରୀ ରେଜଲ୍ଟ ପ୍ରକାଶ ପାଇଛି। ଯଦି ବିପୁଳ ସଂଖ୍ୟାରେ ଅନିୟମିତତା ହୋଇଥିବା ଏହି ରେଜଲ୍ଟରୁ ଜଣାପଡ଼ିବ, ତା’ହେଲେ ପୁଣି ପରୀକ୍ଷା ହୋଇପାରେ ବୋଲି ସର୍ବୋଚ୍ଚ ଅଦାଲତ ସର୍ତ୍ତ ରଖିଥିଲେ। ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗର ତଦନ୍ତ ଏବେ ସିବିଆଇ କରୁଛି। ସିବିଆଇ ତଦନ୍ତ ଦାୟିତ୍ୱ ପାଇବା ପରେ ଏଫଆଇଆର ରୁଜୁ କରି ୬୦ ଜଣଙ୍କୁ ଗିରଫ କରିସାରିଲାଣି।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..