ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମ ନେପାଳରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ପୂର୍ବରୁ ୧୨୮ ଜଣଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ମିଳିଥିଲା। ବର୍ତ୍ତମାନ ଏହି ସଂଖ୍ୟା ୧୩୨କୁ ବୃଦ୍ଧି ପାଇଛି। ଏଥିସହ ହଜାର ହଜାର ଲୋକେ ଆହତ ହୋଇଛନ୍ତି। ଭୂକମ୍ପରେ ଅନେକ ଘର ନଷ୍ଟ ହୋଇଯାଇଛି। ନେପାଳର ଅଧିକାରୀମାନେ ନିଶ୍ଚିତ କରିଛନ୍ତି , ପଶ୍ଚିମ ରୁକୁମ୍ ରେ ୩୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜାଜରକୋର୍ଟରେ ୯୫ ଜଣଙ୍କର ମୃତ୍ୟୁ ହୋଇଛି। ଭୂକମ୍ପ ପରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଭୂକମ୍ପ କ୍ଷତିଗ୍ରସ୍ତ ଅଞ୍ଚଳକୁ ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ଗସ୍ତ କରି ପ୍ରଭାବିତ ଲୋକଙ୍କୁ ଭେଟିଛନ୍ତି। ଏଥିସହ ଭୂକମ୍ପ ଯୋଗୁଁ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..