ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ଆଜି ଅଧିକ ଚିକିତ୍ସା ନିମନ୍ତେ ଭାରତ ଆସୁଛନ୍ତି। ନୂଆଦିଲ୍ଲୀସ୍ଥିତି ଏମ୍ସରେ ସେ ଚିକିତ୍ସାଧୀନ ହେବେ ବୋଲି ଗଣମାଧ୍ୟମ ସୂତ୍ରରୁ ସୂଚନା ମିଳିଛି। ରାଷ୍ଟ୍ରପତିଙ୍କ ଗଣମାଧ୍ୟମ ପରାମର୍ଶଦାତା ଏହି ସୂଚନା ଦେଇଛନ୍ତି। ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ୭୮ ବର୍ଷୀୟ ରାଷ୍ଟ୍ରପତି ପୌଡ଼େଲଙ୍କୁ ଗତ ୨ ତାରିଖରେ ନେପାଳର କାଠମାଣ୍ଡୁସ୍ଥିତ ତ୍ରିଭୁବନ ୟୁନିଭରସିଟି ଟିଚିଂ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ହେବ ସତ୍ତ୍ୱେ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସୁନି। ତାଙ୍କ ଅକ୍ସିଜେନ ସ୍ତର କମିବାରେ ଲାଗିଛି। ତେଣୁ ଉନ୍ନତ ମାନର ଚିକିତ୍ସା ପାଇଁ ତାଙ୍କୁ ଆଜି ଭାରତ ଏୟାରଲିଫ୍ଟ କରାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..