ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନେପାଳରେ ଆଜି ରାଷ୍ଟ୍ରପତି ପାଇଁ ନିର୍ବାଚନ ହେଉଛି। ପୂର୍ବାହ୍ନ ୧୦ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୩ଟା ଶେଷ ହେବ | ରାତି ୭ଟା ସୁଦ୍ଧା ଫଳାଫଳ ପ୍ରକାଶ ପାଇବ | ଏନେଇ ନିର୍ବାଚନ ଅଧିକାରୀ ମହେଶ ଶର୍ମା ପାଉଡେଲ କହିଛନ୍ତି। ନେପାଳି କଂଗ୍ରେସର ବରିଷ୍ଠ ନେତା ରାମ ଚନ୍ଦ୍ର ପଉଡେଲ ଓ ସିପିଏନ ର ଉପସଭାପତି ସୁବାସ ଚନ୍ଦ୍ର ନେମବାଙ୍ଗ ରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ଲଢ଼ୁଛନ୍ତି। ଦୁଇଟି ପୃଥକ ପୋଲିଂ ଷ୍ଟେସନ କରାଯାଇଛି। ଫେଡେରାଲ ପାର୍ଲିଆମେଣ୍ଟେରିଆନସ ଓ ପ୍ରଭିନ୍ସ ଏସେମ୍ବ୍ଲି ମେମ୍ବର୍ସ ନିଜ ମତାଧିକାର ସାବ୍ୟସ୍ତ କରିବେ।ସେଠାକାର ଇଲେକ୍ଟୋରାଲ କଲେଜରେ ୮୮୪ ସଦସ୍ୟ ଅଛନ୍ତି। ହାଉସ ଅଫ ରିପପ୍ରଜେଣ୍ଟେଟିଭର ୨୭୫ ସଦସ୍ୟ, ନେସନାଲ ଏସେମ୍ବ୍ଲିର ୫୯ ଓ ସାତ ପ୍ରଭିନସିଆଲ ଏସେମ୍ବ୍ଲିର ୫୫୦ ଜଣ ସଦସ୍ୟ ଭୋଟ ଦେବେ ବୋଲି ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।
More Stories
ଚତୁର୍ଥ ଦିନରେ ଅନ୍ତର୍ଜାତୀୟ ଶ୍ରୀଜଗନ୍ନଥ ମହୋତ୍ସବ,ଚିନ୍ତା ଓ ଚେତନା ରେ ଶ୍ରୀଜଗନ୍ନାଥ ଆଲୋଚନା ଚକ୍ର ଅନୁଷ୍ଠିତ…..
ସଞ୍ଚୟ ରାଏ ଦେଲା ଚାଞ୍ଚଲ୍ୟକର ବୟାନ…..
ହିନ୍ଦୁ-ମୁସଲିମ ହ୍ୱାଟସ୍ଆପ୍ ଗ୍ରୁପ କୁନେଇ IAS ଅଧିକାରୀ ନିଲମ୍ବିତ….