ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତାକାଲି ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ଶପଥ ଗ୍ରହଣ କରିବେ। ଗତକାଲି ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଶ୍ରୀ ଯାଦବ ରାଜଭବନ ଯାଇ ରାଜ୍ୟପାଳ ମଙ୍ଗୁଭାଇ ପଟେଲଙ୍କୁ ସାକ୍ଷାତ କରି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ। ଏଥିସହିତ ରାଜ୍ୟପାଳ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ କ୍ୟାବିନେଟ୍ର ଇସ୍ତଫା ଗ୍ରହଣ କରିଛନ୍ତି। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ଜଗଦୀଶ ଦେୱରା ଏବଂ ରାଜେନ୍ଦ୍ର ଶୁକ୍ଳାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଛି।






More Stories
ପୁଣି ହେବ ଲକ୍ଡାଉନ୍ !…..
ଭୟଙ୍କର ବିମାନ ଦୁର୍ଘଟଣା…..
ଇରାନର ୩ ସର୍ତ୍ତ ମାନିଲେ ବଞ୍ଚିବ…..