ରିପୋର୍ଟ କାର୍ଡ / ଭୁବନେଶ୍ଵର
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ ବଦଳିଛି। ଜୁନ୍ ୧୦ ପରିବର୍ତ୍ତେ ଜୁନ୍ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ ଦଳ ବୈଠକ ବସିବ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ। ଶପଥଗ୍ରହଣ ଉତ୍ସବ ପାଇଁ ଜନତା ମୈଦାନରେ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ଏଯାଏଁ ବିଜେପି କାହାକୁ ମୁଖ୍ୟମନ୍ତ୍ରୀ କରିବ, ତାହା ସ୍ପଷ୍ଟ ହୋଇନାହିଁ।






More Stories
ବଢିଲା ବସ୍ ଭଡ଼ା…..
ଜିଲ୍ଲାରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି…..
ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାମନ୍ତ୍ରୀ…..