ରିପୋର୍ଟ କାର୍ଡ / ଭୁବନେଶ୍ବର
ବରିଷ୍ଠ ଆଇପିଏସ ଅଫିସର ସୁନୀଲ ବଂଶଲ ଓଡ଼ିଶାର ଡିଜିପି ଭାବେ ଦାଇତ୍ୱ ଗ୍ରହଣ କରିଛନ୍ତି | ଆଜି କଟକ ପୋଲିସ୍ ମୁଖ୍ୟାଳୟରେ ପୋଲିସ୍ ବିଭାଗର ମୁଖ୍ୟ ଭାବେ ଦାଇତ୍ୱ ଗ୍ରହଣ କରିଛନ୍ତି ସୁନୀଲ ବଂଶଲ । ପୋଲିସ ଡିଜି ଅଭୟଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସୁନୀଲ ବଂଶଲ ହେଉଛନ୍ତି ୧୯୮୭ ବ୍ୟାଚ୍ର ଓଡ଼ିଶା କ୍ୟାଡରର ଆଇପିଏସ୍ ଅଫିସର। ସେ ମୟୂରଭଞ୍ଜ ଏସ୍ପି ଥିଲେ। ତେବେ ୨୭ ବର୍ଷ ଧରି ସେ କେନ୍ଦ୍ରୀୟ ଡେପୁଟେସନ୍ରେ ଯାଇଥିଲେ। ଡିଜିପି ସୁନୀଲ ବଂଶଲଙ୍କ ସହିତ ୧୯୮୬ ବ୍ୟାଚ୍ର ଆଇପିଏସ୍ ପ୍ରଦୀପ କପୁର ଓ ୧୯୮୮ ବ୍ୟାଚ୍ର ମନୋଜ ଛାବ୍ରାଙ୍କ ନାଁ ସର୍ଟଲିଷ୍ଟ ହୋଇଥିଲା। ଶେଷରେ ସୁନୀଲଙ୍କ ନାଁରେ ମୋହର ମାରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….