ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଛନ୍ତି । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡା,ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ,ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହଲିଙ୍ଗଙ୍କ ସହ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । ସେ ଗୁରୁବାର ଭୁବନେଶ୍ବରରୁ ପୁରୀ ଯିବେ। ସେ ପୁରୀ ରାଜଭବନରେ ରାତ୍ରୀଯାପନ କରିବେ। ଆସନ୍ତକାଲିର ସକାଳେ ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଏହାପରେ ସେ ପୁରୀରୁ ଭୁବନେଶ୍ବର ଫେରି ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଥିବା ରାଜଭବନ ପକ୍ଷରୁ ଜଣାପଡ଼ିଛି।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..