ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେବ ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ। ଶପଥ ନେବେ ତିନି ନୂଆ ମନ୍ତ୍ରୀ। ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ନେବେ। ତେବେ କିଏ କେଉଁ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ତାହା ଜଣାପଡ଼ିନି। ପୂର୍ବାହ୍ଣ ୯ଟା ୫୦ରେ ଲୋକସେବା ଭବନରେ ନବୀନଙ୍କ ପଞ୍ଚମ ପାଳିରେ ତୃତୀୟଥର ପାଇଁ ହେଉଥିବା ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ ଉତ୍ସବ ଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ବାଚସ୍ପତି ପଦରେ କିଏ ଅଳଙ୍କୃତ ହେବେ ସେ ନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ। ଗତ ୧୨ ତାରିଖରେ ବାଚସ୍ପତି ପଦରୁ ବିକ୍ରମ ଆରୁଖ ଏବଂ ଦୁଇ ମନ୍ତ୍ରୀ ସମୀର ଦାସ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..