ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ପାଇଁ ସାନି ଗାଇଡଲାଇନ୍ ଜାରି ହୋଇଛି | ଏହି ନିୟମ ଆଜିଠାରୁ ଲାଗୁହୋଇଛି | ଆଜି ଠାରୁ ସକାଳ ସାଢ଼େ ୫ଟାରୁ ରାତି ସାଢ଼େ ୯ଟା ଯାଏ ଶ୍ରୀମନ୍ଦିର ଖୋଲା ରହିବ। ସାଧାରଣ ଦର୍ଶନ ପାଇଁ ଶ୍ରୀମନ୍ଦିର ଯେତେବେଳେ ଖୋଲା ରହିବ ଏହି ସମୟରେ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିସ୍ତୁତ ଭାବେ ସ୍ୱତନ୍ତ୍ର ଗାଇଡଲାଇନ୍ ଜାରି ହୋଇଛି | ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ, ଆସନ୍ତା ଡିସେମ୍ବର ୩୧ ଓ ଜାନୁଆରୀ ୧ ନୂଆବର୍ଷରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅଧିକ ଭିଡ଼କୁ ଦୃଷ୍ଟିରେ ରଖି ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହାସହ ପୂର୍ବ ଭଳି ପ୍ରତି ରବିବାର ସାଧାରଣ ଲୋକଙ୍କ ପାଇଁ ମଧ୍ୟ ଶ୍ରୀମନ୍ଦିର ବନ୍ଦ ନିଷ୍ପତ୍ତି ବଳବତ୍ତର ରହିଛି। ଏଥିସହ ବନକଲାଗି ଓ ପଇତାଲାଗି ସମୟରେ ଜୟ ବିଜୟ ଦ୍ୱାର ଓ ବେହେରାଣ ଦ୍ୱାର ବନ୍ଦ ରହିବ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..