ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡିଶା ପହଞ୍ଚିବେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ୩ ତାରିଖ ଶୁକ୍ରବାର ସେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । ରାଜଭବନ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ଡ. ହରିବାବୁ ଗୁରୁବାର ଆଜି ଅପରାହ୍ନ ୨ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ ପୁରୀ ଗସ୍ତ କରିବେ। ପୁରୀ ରାଜଭବନରେ ସେ ରାତ୍ରିଯାପନ କରିବେ। ଶୁକ୍ରବାର ସକାଳେ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ସାରି ନବନିଯୁକ୍ତ ରାଜ୍ୟପାଳ ଭୁବନେଶ୍ବର ଆସିବେ। ପୂର୍ବାହ୍ଣ ୧୦ଟା ୧୫ ମିନିଟରେ ରାଜଭବନର ନ୍ୟୁ ଅଭିଷେକ ହଲ୍ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହ ରାଜ୍ୟପାଳ ଭାବେ ତାଙ୍କୁ ଶପଥ ଗ୍ରହଣ କରାଇବେ। ଏହି ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳର ସଦସ୍ୟ ବୃନ୍ଦ, ବରିଷ୍ଠ ଅଧିକାରୀ ଏବଂ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।






More Stories
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..