ରିପୋର୍ଟ କାର୍ଡ / ଭୁବନେଶ୍ୱର
ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆଜି ଶପଥ ଗ୍ରହଣ କରିବେ। ଦିନ ୧୧.୪୫ ରେ ରାଜଭବନରେ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏହାପୂର୍ବରୁ ସେ ସକାଳେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି । ସୋମବାର ଅପରାହ୍ଣରେ ଭୁବନେଶ୍ବରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ରାଜଭବନରେ ସ୍ୱାଗତ କରିଥିଲେ। ତାଙ୍କ ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ, ମୁଖ୍ୟ ସଚିବ ପ୍ରଦୀପ ଜେନା, ପୋଲିସ ମହା ନିର୍ଦେଶକ ସୁନିଲ ବଂଶଲ ପ୍ରମୁଖ ନବନିଯୁକ୍ତ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ। ଏହାପୂର୍ବରୁ ପ୍ରତ୍ୟୁଷରେ ସେ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……