ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ୨୦ ନବନିର୍ବାଚିତ ବିଜେପି ସାଂସଦ ଆଜି ଦିଲ୍ଲୀ ଯିବେ। ଆସନ୍ତାକାଲି ବିଜେପିର ସଂସଦୀୟ ଦଳର ବୈଠକ ବସୁଛି। ୨୦ ନବନିର୍ବାଚିତ ବିଜେପି ସାଂସଦ ଶୀର୍ଷ ନେତୃତ୍ୱଙ୍କୁ ଭେଟିବେ। ରାଜ୍ୟର ସରକାର ଗଠନ ସମ୍ପର୍କରେ ମତାମତ ନେଇ ପାରନ୍ତି ଶୀର୍ଷ ନେତୃତ୍ୱ। ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ପୂର୍ବରୁ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ସଂସଦୀୟ ବୋର୍ଡ ବୈଠକ ପୂର୍ବରୁ ସାଂସଦଙ୍କ ସହ ଆଲୋଚନା କରିବେ ଶୀର୍ଷ ନେତୃତ୍ୱ। ରାଜ୍ୟରେ ୨୦ ଜଣ ବିଜେପି ସାଂସଦଙ୍କ ବିଜୟ ହେବା ପରେ ଦିଲ୍ଲୀରେ ପ୍ରଥମ ବୈଠକ ହେଉଛି। ଏମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ଥର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ବୋଲି ଜଣାଯାଇଛି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..