ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ହୁହୁ ହୋଇ ବଢିଚାଲିଛି କରୋନା ସଂକ୍ରମଣ | ସବୁ ଆଡେ କରୋନା ରୋଗୀଙ୍କ କରୋଣ ଚିତ୍କାର | ଦେଶରେ ଆଜି ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଗତ ୨୪ ଘଣ୍ଟାରେ ଦେଶର ୩ ଲକ୍ଷ ୬୦ ହଜାର ୯୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୨୯୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେହର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୯୭,୨୬୭କୁ ବୃଦ୍ଧି ପାଇଛି। ସେହି ଭଳି ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୧ ହଜାର ୧୮୭ରେ ପହଞ୍ଚିଛି। ଦିନକରେ ୨,୬୧,୧୬୨ ଆକ୍ରାନ୍ତ ସୁସ୍ଥ ହୋଇ ଥିବା ବେଳେ ମୋଟ ୧,୪୮,୧୭,୩୭୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୯,୭୮,୭୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ପୁଣିଥରେ ହେବ ମତଦାନ…..
ପଶ୍ଚିମବଙ୍ଗରୁ ବହିଷ୍କାର ହେବେ ଆଇପିଏସ୍ ଅଧିକାରୀ ଅଜୟ ପାଲ ଶର୍ମା…..
ଆଜି ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ…..