ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତକାଲି ସ୍ଥିତି ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର କଡା ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ବଢୁଥିବା କରୋନା ଆକ୍ରାନ୍ତଙ୍କ ସଂଖାକୁ ଦୃଷ୍ଟିରେ ରଖି ରାଜ୍ୟରେ ନବମ ଏବଂ ଏକାଦଶ ଶ୍ରେଣୀ କ୍ଲାସ୍ ବନ୍ଦ ଘୋଷଣା କରାଯାଇଛି। ସରକାରୀ, ଅନୁଦାନପ୍ରାପ୍ତ ଏବଂ ଘରୋଇ ସ୍କୁଲରେ କ୍ଲାସ ବନ୍ଦ ରହିବ। ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଲାସ ବନ୍ଦ ପାଇଁ ରାଜ୍ୟ ସରକାର ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ଉପରୋକ୍ତ ଦୁଇ ଶ୍ରେଣୀର ପିଲାଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ହୋଷ୍ଟେଲ, ଆବାସିକ ସ୍କୁଲରେ ପଢୁଥିବା ଛାତ୍ର-ଛାତ୍ରୀଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଦଶମ ଏବଂ ଦ୍ଵାଦଶ ଶ୍ରେଣୀ କ୍ଲାସ୍ ଏପ୍ରିଲ ୨୫ ପର୍ଯ୍ୟନ୍ତ ଚାଲୁ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..