ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଜିଟିଭ୍ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଲକ୍ଷଣ ନାହିଁ ତ ଟେଷ୍ଟିଂ ଦରକାର ନାହିଁ । କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ କହିଛନ୍ତି। ଏ ନେଇ ଜିଲ୍ଳା ଗୁଡିକୁ ସ୍ୱାସ୍ଥ୍ୟ ବିଭାଗ ଜଣାଇ ଦିଆଯାଇଛି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଆଜି ସୁଦ୍ଧା ୬୧ ହଜାର ପଜିଥିଭ୍ ଥିବା ବେଳେ ମାତ୍ର ୧୧୦୦ ଡାକ୍ତରଖାନାରେ ଅଛନ୍ତି । ଦୁଇ ପ୍ରତିଶତରୁ କମ୍ ହସପିଟାଲରେ ଅଛନ୍ତି । ଆଇସିୟୁରେ ପ୍ରାୟ ୩୦୦ ଲୋକ ଅଛନ୍ତି । ଗାଇଡ ଲାଇନ ଅନୁସାରେ ବୃଦ୍ଧ ବ୍ୟକ୍ତି ବି ଲକ୍ଷଣ କମ୍ ଥିଲେ ଆଇସୋଲେସନରେ ରହିବା ଭଲ। ଏହା ସହ ଅନାବଶ୍ୟକ ମେଡ଼ିସିନ୍ ବ୍ୟବହାର କରିବାକୁ ମଧ୍ୟ ସତର୍କ କରିଛନ୍ତି । ଭାଇରାଲ ଫ୍ଳୁ ପାଇଁ ଆଣ୍ଟିବାଓଟିକ୍ ଆବଶ୍ୟକ ନାହିଁ, ଏଣୁ ଅଯଥା ମେଡିସିନ୍ ବ୍ୟବହାର ଦରକାର ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ବାରମ୍ବାର କହିଥିବା କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।






More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ଜଳିଗଲା ବସ୍,୧୦ ମୃତ……
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..