ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଆରମ୍ଭ ହୋଇଛି ନୀତି ଆୟୋଗ ବୈଠକ । ବୈଠକରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇଛନ୍ତି । ୨୦୪୭ ରୋଡ୍ମ୍ୟାପ୍ ନେଇ ବୈଠକରେ ଆଲୋଚନା ହେଉଛି । ଏହାର ଲକ୍ଷ୍ୟ ହେଉଛି ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା । ଚଳିତ ଥର ନୀତି ଆୟୋଗ ବୈଠକରେ ବିଷୟବସ୍ତୁ ରହିଛି -୨୦୨୪ ମସିହାରେ ବିକଶିତ ରାଜ୍ୟମାନଙ୍କ ପାଇଁ ବିକଶିତ ଭାରତ । ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଅନ୍ୟ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଅନୁପସ୍ଥିତ ରହିଥିବା ସୂଚନା ମିଳିଛି ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..