ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ର ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ଏହି ବୈଠକରେ ଫୋକସ୍ ରହି। ତେବେ ଏହି ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାରଠାରୁ ସେ ୪ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗ ଦେବେ। ଏହି ବୈଠକ ପରେ ପରବର୍ତ୍ତୀ ସମୟରେ ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ରହିଛି। ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ସେପଟେ ଏହି ବୈଠକକୁ ବିଭିନ୍ନ ଅଣ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ବର୍ଜନ କରିଛନ୍ତି।






More Stories
ଔଷଧ ଉପରେ ୧୦୦ ପ୍ରତିଶତ ଟାରିଫ୍ ଲଗାଇଲେ ଟ୍ରମ୍ପ…..
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….