ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆଦିଲ୍ଲୀରେ ଶନିବାର ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ୨୭ରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ । ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୬ରେ ନୂଆଦିଲ୍ଲୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଏହି ଗସ୍ତ ଅବସରରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି।






More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……