ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନିତି ଆୟୋଗର ପୁନର୍ଗଠନ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆୟୋଗର ଅଧ୍ୟକ୍ଷ ରହିଥିବାବେଳେ ୪ ଜଣ ସ୍ଥାୟୀ ସଦସ୍ୟଙ୍କ ସହିତ ୧୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ଵତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ଦିଆଯାଇଛି। ନବଗଠିତ ନିତି ଆୟୋଗରେ ଅର୍ଥନୀତିଜ୍ଞ ସୁମନ କେ. ବେରୀ ଉପାଧ୍ୟକ୍ଷ ଭାବେ ନିଜର କାର୍ଯ୍ୟକାଳ ଜାରି ରଖିବେ। ବୈଜ୍ଞାନିକ ଭି.କେ. ସାରସ୍ଵତ, କୃଷି ଅର୍ଥନୀତିଜ୍ଞ ରମେଶ ଚାନ୍ଦ, ଶିଶୁ ରୋଗ ବିଶେଷଜ୍ଞ ଭି.କେ. ପଲ୍ ଏବଂ ଅର୍ଥନୀତିଜ୍ଞ ଅରବିନ୍ଦ ବିରମାନି ପୂର୍ବପରି ସ୍ଥାୟୀ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଏମାନଙ୍କ ବ୍ୟତୀତ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏବଂ ଅର୍ଥମନ୍ତ୍ରୀ ନିର୍ମଳ ସୀତାରମଣଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି। ସେହିପରି ସ୍ଵତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ, ସ୍ଵାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା, ଭାରିଶିଳ୍ପ ଏବଂ ଇସ୍ପାତ ମନ୍ତ୍ରୀ ଏଚ.ଡି. କୁମାରସ୍ଵାମୀ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଜିତନରାମ ମାଞ୍ଝି, ମତ୍ସ୍ୟ ଓ ପ୍ରାଣୀପାଳନ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ, କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ମନ୍ତ୍ରୀ ବୀରେନ୍ଦ୍ର କୁମାର, ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କଞ୍ଜାରାପୁ ରାମମୋହନ ନାଇଡୁ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ, ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ ଚିରାଗ ପାଶଓ୍ବାନ ଏବଂ ପରିସଂଖ୍ୟାନ ଓ ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେସନ ମନ୍ତ୍ରୀ ରାଓ ଇନ୍ଦରଜିତ ସିଂହଙ୍କୁ ମନୋନୀତ କରାଯାଇଛି।






More Stories
ରାଷ୍ଟ୍ରପତି ଛିଡ଼ା ହୋଇଥିବା ବେଳେ ଆପଣ କାହିଁକି ବସିଛନ୍ତି…..
ଫେରିଲେଣି ୫୨ ହଜାର ଭାରତୀୟ……
ରାଷ୍ଟ୍ରପତିଙ୍କୁ ଅପମାନ:ମୋଦି-ମମତା ମୁହାଁମୁହିଁ…..