ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିହାର ରାଜନୀତିରେ ନୂଆ ମୋଡ ନେଇଛି | ୯ମ ଥର ପାଇଁ ବିବହାର ମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ ଗୋପନୀୟତାର ଶପଥ ପାଠ କରାଇଥିଲେ | ମହାମେଣ୍ଟ ରୁ ବାହାରି ଏନ୍ଡିଏ ସମର୍ଥନରେ ସେ ପୁଣି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ତାଙ୍କ ସହ ଆଉ ୮ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ନୀତୀଶଙ୍କ ଏହି ଶପଥ ଗ୍ରହଣ ସମାରୋହରେ ବିଜେପି ସଭାପତି ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏମାନଙ୍କୁ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି। ସେହିପରି କ୍ୟାବିନେଟ୍ ମନ୍ତ୍ରୀ ଭାବେ ପ୍ରେମ କୁମାର, ଶ୍ରବଣ କୁମାର, ସନ୍ତୋଷ କୁମାର ସୁମନ, ବିଜେନ୍ଦ୍ର ଯାଦବ, ସୁମିତ କୁମାର ସିଂହ ଶପଥ ନେଇଛନ୍ତି। JDU ଓ ବିଜେପିରୁ ୩ ଜଣ ଲେଖାଏଁ, HAMରୁ ଜଣେ ଓ ଜଣେ ସ୍ୱାଧିନ ବିଧାୟକ ଶପଥ ନେଇଥିବା ସୂଚନା ମିଳିଛି।






More Stories
ଧର୍ମ ପରିବର୍ତ୍ତନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ….
ଏପ୍ରିଲ ୯ ସୁଦ୍ଧା ଶେଷ ହେବ ଯୁଦ୍ଧ !…..
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ…..