Report Card Odisha

| Daily Odia News

ପ୍ରଧାନମନ୍ତ୍ରୀ ଆବାସରେ ରାଜ୍ୟ ସରକାର ଲଗେଇପାରିବେ ନାହିଁ ବିଜୁ ପକ୍କାଘର ଲୋଗୋ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହୋଇଥିବା ଘରେ ଲାଗିପାରିବ ନାହିଁ ବିଜୁ ପକ୍କାଘର ଲୋଗୋ | ବିଜୁ ପକ୍କାଘର ଲୋଗୋ ନ ଲଗାଇବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି | ମାର୍ଚ୍ଚ ୩୦ରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗ ପ୍ରମୁଖ ସଚିବ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏବାବଦରେ ଜଣାଇଛନ୍ତି | ଚିଠିରେ ଉଲ୍ଲେଖ ଅଛି ଯେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଜୁ ପକ୍କା ଘର ଲୋଗୋ ଅନୁମୋଦିତ ନୁହେଁ । ଏହାକୁ ରାଜ୍ୟ ସରକାର ବ୍ୟବହାର କରିପାରିବେ ନାହିଁ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଘରେ ବିଜୁ ପକ୍କାଘର ଲୋଗୋ ବ୍ୟବହାର ନେଇ ପ୍ରଥମେ ବିଜେପି ଅଭିଯୋଗ କରିଥିଲା | ପରବର୍ତ୍ତୀ ପର୍ଯ୍ୟାୟରେ ଡ଼ିସେମ୍ବର ମାସରେ ରାଜ୍ୟର ବିଭିନ୍ନ ବ୍ଲକ୍ ସମ୍ମୁଖରେ ଓ ସର୍ବସାଧାରଣରେ ମୁଖ୍ୟମନ୍ତ୍ରୀଙ୍କ ଚଞ୍ଚକତାପୂର୍ଣ୍ଣ ଚିଠି ଏବଂ ବିଜୁ ପକ୍କାଘର ଷ୍ଟିକରକୁ ବିଜେପିର କାର୍ଯ୍ୟକର୍ତ୍ତାମାନେ ଚିରିବା ସହ ପୋଡ଼ିଥିଲେ । ଏହାପରେ ଗାଁ ଗାଁରେ ବିଜେପି କାର୍ଯ୍ୟକର୍ତ୍ତାମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମିଳିଥିବା ଘରେ ବିଜୁ ପକ୍କା ଘର ଯୋଜନାର ଷ୍ଟିକର ଲଗାଇବା ନେଇ ବିରୋଧ କରିଥିଲେ । ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନେତୃତ୍ବରେ ବିଧାୟକମାନେ ରାଜ୍ୟପାଳଙ୍କୁ ଦେଖାକରିବା ସହ ଏହି ଷ୍ଟିକର ହଟାଇବା ଉଦ୍ଦେଶ୍ୟରେ ସ୍ମାରକ ପତ୍ର ଦେଇଥିଲେ । ବିଜେପିର ସାଂସଦମାନେ ଫେବୃୟାରୀ ୧୨ ତାରିଖରେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଭେଟି ଏ ପ୍ରସଙ୍ଗରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ ।

Breaking News