ରିପୋର୍ଟ କାର୍ଡ / କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଭୋଟିଂ ଶେଷ ହୋଇଛି। ସରପଞ୍ଚ ଚେମେଲୀ ଉପସ୍ଥିତ ଥିଲେ। ଉଚ୍ଚ ନ୍ୟାୟାଳୟର ସତନ୍ତ୍ର ଏକ ଅନ୍ତରୀଣ ରାୟ ନିର୍ଦ୍ଦେଶନାମା କପି ସରପଞ୍ଚ ଚାମେଲୀ ଓଝା ଦାୟିତ୍ୱରେ ଥିବା ରିଟର୍ନିଂ ଅଫିସର ଡେରାବିଶ ତହସିଲଦାର ସରୋଜକାନ୍ତ ନାୟକଙ୍କୁ ପ୍ରଦାନ କରିଥିଲେ। ମୋ ବିରୋଧରେ ମିଥ୍ୟା ଆରୋପ ଲଗାଇଛନ୍ତି ବୋଲି ଅଫିସର ନାୟକଙ୍କୁ କହିଛନ୍ତି। ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଏସ୍ଡିପିଓ ଜ୍ୟୋତି ରଞ୍ଜନ ଗୌଡ଼ଙ୍କ ସମେତ ମାର୍ଶାଘାଇ ଥାନା ଅଧିକାରୀ ତପନ କୁମାର ନାୟକି, ପାଟକୁରା ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କ ସମେତ ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ। ସୂଚନା ଅନୁସାରେ ପୂର୍ବ ନିର୍ଦ୍ଧାରିତ ଅନୁସାରେ ପଞ୍ଚାୟତର ୨୨ ଓ୍ବାର୍ଡ ସଭ୍ୟାସଭ୍ୟମାନେ ସରପଞ୍ଚଙ୍କ ବିରୋଧରେ ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁସାରେ ଗୁରୁବାର ଅନାସ୍ଥା ପ୍ରସ୍ତାବ ଭୋଟିଂ ପାଇଁ ଧାର୍ଯ୍ୟ ସମୟ ହୋଇଥିଲା। ଏ ନେଇ ସରପଞ୍ଚ ଓଝା ଅନାସ୍ଥା ପ୍ରସ୍ତାବ ବିରୋଧରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଦ୍ବାରସ୍ଥ ହୋଇ ନ୍ୟାୟ ପାଇଁ ରିଟ୍ ପିଟିଶନ କରିଥିଲେ।






More Stories
ପୁଣି ଆସୁଛି ବାତ୍ୟା!……
ବସ୍ ଭଡ଼ା ବୃଦ୍ଧି…..
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବିଭୂପ୍ରସାଦ ରାଉତରାୟ…..