ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ନୂଆ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି। ଏ ନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର। ଅବକାରୀ ଶୁଳ୍କ ଉପରେ ୫ ପ୍ରତିଶତ ଡି-ଆଡିକ୍ସନ ସେସ୍ ପ୍ରବର୍ତ୍ତନ ହୋଇଛି। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର କରାଯାଇଛି। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦ ପ୍ରତିଶତ ବଢ଼ାଯିବ। ଲାଇସେନ୍ସ ଶୁଳ୍କ ପ୍ରତିବର୍ଷ ୧୦ ରୁ ୨୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଆଇଏମଏଫଏଲ୍ ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ଅନୁମତି ମିଳିବନି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବନି। ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି। ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ ସିସି ଟିଭି ନିରୀକ୍ଷଣରେ ରହିବା ନେଇ ସୂଚନା ରହିଛି।






More Stories
ଗ୍ୟାସ ଯଥେଷ୍ଟ ମହଜୁଦ ଅଛି…..
ଜିଲ୍ଲାପାଳମାଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦର ଚିଠି…..
ଆଜି ଲିଙ୍ଗରାଜଙ୍କ ରୁକୁଣା ରଥ…..