Report Card Odisha

| Daily Odia News

ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲକଲେ ରୁଦ୍ର ଏବଂ ଅଜିତ…..

ରିପୋର୍ଟ କାର୍ଡ / ପୁରୀ

ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡ଼ି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ସେ ପିପିଲି ବିଜେଡି କାର୍ଯ୍ୟାଳୟରୁ ନାମାଙ୍କନ ପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ସମର୍ଥକ ଓ ଦଳୀୟ କର୍ମୀଙ୍କ ସହ ରୁଦ୍ର ପ୍ରତାପ ମହାରଥୀ ପୁରୀ ଯାଇ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ସମୟରେ ରୁଦ୍ରଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ୟବେକ୍ଷକ ପ୍ରତାପ ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ସେହିପରି ଦଳୀୟ ସମର୍ଥକଙ୍କ ଗହଣରେ ଯାଇ ଆଜି ନାମାନଙ୍କ ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ।ପୂର୍ବରୁ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସୂଚନା ଅନୁସାରେ- ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନ ପାଇଁ ଚଳିତ ମାର୍ଚ୍ଚ ୨୩ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ ୨୩ରୁ ୩୦ ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ ଓ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଏପ୍ରିଲ ୩ ତାରିଖ ଦିନ ଧାର୍ୟ୍ୟ କରାଯାଇଛି। ତେବେ ମେ’ ମାସ ୨ରେ ଭୋଟ ଗଣତି କରାଯାଇ ସେହିଦିନ ଫଳ ପ୍ରକାଶ ପାଇବ।

 

Breaking News