Report Card Odisha

| Daily Odia News

ବାହାନଗା ଟ୍ରେନ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ବୃଦ୍ଧି…..

ରିପୋର୍ଟ କାର୍ଡ / କଟକ

ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୋହେଲ ମନସୁର। ତାଙ୍କ ଘର ବିହାରରେ। ଏସ୍‌ସିବିର ଟ୍ରମା ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଥିଲା। ଏହା ପୂର୍ବରୁ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଏସ୍‌ସିବି ରେ ଚିକିତ୍ସାଧୀନ ଥିବା ଆଉ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ବାହାନଗା ଟ୍ରେନ ଦୁର୍ଘଟଣାରେ ଘଟଣାସ୍ଥଳରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ୩ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହି ଘଟଣାରେ ମୃତକଙ୍କ ସଂଖା ୨୯୧କୁ ବଢ଼ିଛି।

 

 

Breaking News