ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ। ଗତକାଲି ଉପନିର୍ବାଚନକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ବସିଥିଲା। ନିର୍ବାଚନ ଆଚରଣ ବିଧି ପାଳନ ଉପରେ ନଜର ରଖିବା ଲାଗି ଏକ ଟିମ୍ ଗଢାଯାଇଥିଲା। ଆଇନଶୃଙ୍ଖଳା ରକ୍ଷା ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ହେଲେ ଏଥର ୨ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଗତ ନିର୍ବାଚନରେ ୨୫୭ଟି ବୁଥ୍ ଥିଲା। ତେବେ ଉପନିର୍ବାଚନରେ ଅଧିକ ୨୨ଟି ବୁଥ୍ ପ୍ରତିଷ୍ଠା ପାଇଁ ଜିଲ୍ଲା ପ୍ରଶାସନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରସ୍ତାବ ଦେଇଛନ୍ତି। ମେ’ ୩୧ରେ ହେବ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ହେବ। ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି । ଡିସେମ୍ବର ୩୦ରେ ଶ୍ରୀ ମହାନ୍ତିଙ୍କ ଅକାଳ ମୃତ୍ୟୁ ହୋଇଥିବାବେଳେ ମେ’ ୩୦ତାରିଖ ସୁଦ୍ଧା ୬ମାସ ପୂରଣ ହେଉଛି। ଇତିମଧ୍ୟରେ ପ୍ରାୟ ସାଢ଼େ ୪ମାସ ବିତିଯାଇଛି । ତେଣୁ ଏହି ଆସନ ପୂରଣ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।
More Stories
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..