ରିପୋର୍ଟ କାର୍ଡ / ଭୁବନେଶ୍ୱର
ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ ଚାରୋଟି ପରୀକ୍ଷା ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏପ୍ରିଲରୁ ସେପ୍ଟେମ୍ବର ମାସ ମଧ୍ୟରେ ଦୁଇଟି ଓ ଅକ୍ଟୋବରରୁ ମାର୍ଚ୍ଚ ମାସ ମଧ୍ୟରେ ଆଉ ଦୁଇଟି ପରୀକ୍ଷା ହେବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗୋଟିଏ ଶିକ୍ଷାବର୍ଷରେ ବିଦ୍ୟାର୍ଥୀଙ୍କୁ ଦୁଇଟି ଲେଖାଏଁ ଫର୍ମେଟିଭ୍ ଆସେସମେଣ୍ଟ ତଥା ମୂଲ୍ୟାୟନ ଓ ଆସେସମେଣ୍ଟ, ସମାପ୍ତିସୂଚକ ମୂଲ୍ୟାୟନ ଦେବାକୁ ପଡିବ।






More Stories
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..
ଆଜି ସ୍କୁଲ ଛୁଟି…..