ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍ ପାଠ୍ୟକ୍ରମ। ଏନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୮ଟି ବିଏଡ୍ କଲେଜ ଅର୍ଥାତ୍ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର (ଏମ୍ଓୟୁ) ସାକ୍ଷର ହୋଇଛି । ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ସହ ଏମ୍ଓୟୁ ସାକ୍ଷର ହୋଇଛି। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ। ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ସମନ୍ବିତ ଶିକ୍ଷକ ଶିକ୍ଷା କାର୍ଯ୍ୟକ୍ରମ (ଆଇଟିଇପି) କୋର୍ସ ପଢାଯିବ । ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଉଛି। ଏସବୁ ମଧ୍ୟରେ ଆଇଟିଇପି (The Integrated Teacher Education Programme )ଗୋଟିଏ।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..