ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍ ପାଠ୍ୟକ୍ରମ। ଏନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୮ଟି ବିଏଡ୍ କଲେଜ ଅର୍ଥାତ୍ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର (ଏମ୍ଓୟୁ) ସାକ୍ଷର ହୋଇଛି । ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ସହ ଏମ୍ଓୟୁ ସାକ୍ଷର ହୋଇଛି। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ। ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ସମନ୍ବିତ ଶିକ୍ଷକ ଶିକ୍ଷା କାର୍ଯ୍ୟକ୍ରମ (ଆଇଟିଇପି) କୋର୍ସ ପଢାଯିବ । ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଉଛି। ଏସବୁ ମଧ୍ୟରେ ଆଇଟିଇପି (The Integrated Teacher Education Programme )ଗୋଟିଏ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..