Report Card Odisha

| Daily Odia News

ଆଜି ନୂଆଁଖାଇ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ନୂଆଁଖାଇ। ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ | କୃଷି ସଂସ୍କୃତି ଓ ଅନନ୍ୟ ପରମ୍ପରାର ପର୍ବ ହେଉଛି ନୂଆଁଖାଇ। ପ୍ରକୃତି ମାତାଙ୍କୁ ପ୍ରଥମ ଶସ୍ୟ ଅର୍ପଣର ପର୍ବ ହେଉଛି ନୂଆଁଖାଇ । ଉତ୍ସବମୁଖର ଗାଁଠୁ ସହର। ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନୂଆଁ ଖାଦ୍ୟ ଲଗାଇବା ପରେ, ପରିବାର ସହ ଏକାଠି ବସିବେ ସମସ୍ତେ। ନୂଆଁ ଅନ୍ନ ସହ ଭଳି ଭଳିକା ଖାଦ୍ୟ ଖାଇବେ। ସମ୍ବଲପୁରରେ ମା’ ସମଲେଇଙ୍କଠାରେ ନବାନ୍ନ ଲାଗି ହୋଇଛି। ଏହି ସମୟରେ ଲୋକେ ନିଜ ନିଜର ଇଷ୍ଟ ଦେବାଦେବୀଙ୍କ ପାଖରେ ନବାନ୍ନ ଭୋଗ ଲାଗି କରିବା ପରେ ନବାନ୍ନ ଭକ୍ଷଣ କରିବେ। ସାନମାନେ ବଡ଼ ମାଙ୍କୁ ମୁଣ୍ଡିଆ ମାରିବେ | ନୂଆଁଖାଇ ପାଳନପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ଲୋକେ ନିଜ ନିଜ ଘରକୁ ଯାଇଛନ୍ତି। ସହରରେ ଥିବା ଲୋକେ ଗାଁକୁ ଓ ରାଜ୍ୟ ବାହାରେ ରହୁଥିବା ଲୋକେ ଘରକୁ ଫେରିଛନ୍ତି।

Breaking News