ରିପୋର୍ଟ କାର୍ଡ / ନୂଆପଡା
ଗତ ୫ ଦିନ ଧରି ନୂଆପଡ଼ା ଜିଲ୍ଲାରେ ଆତଙ୍କ ଖେଳାଇଥିବା ବାଘ ଯନ୍ତାରେ ପଡିଛି | ଶନିବାର ସନ୍ଧ୍ୟାରେ କୋଦୋପାଲି ଗାଁକୁ ଆସିଥିଲା ବେଳେ ଧରାପଡ଼ିଛି। ଗାଁରେ ବୁଲୁଥିବା ବେଳେ ଗ୍ରାମବାସୀ ପାଟି କରିବାରୁ ବାଘ ଗାଁର ଜିରାଖଣ୍ଡ ସାହୁଙ୍କ ଘର ଭିତରେ ପଶି ଯାଇଥିଲା। ଉକ୍ତ ଘରେ କେହି ରହୁନଥିଲେ । ଗ୍ରାମବାସୀ ସଙ୍ଗେସଙ୍ଗେ ଘର କବାଟ ବନ୍ଦ କରି ଦେଇଥିଲେ। ବନ ବିଭାଗ କର୍ମଚାରୀ ପହଞ୍ଚି ବାଘକୁ ଗ୍ୟାସ୍ ପ୍ରୟୋଗ କରି ଚେତାଶୂନ୍ୟ କରିଥିଲେ। ଏହାପରେ ଏହାକୁ ଯନ୍ତାରେ ନେଇଯାଇଛନ୍ତି। ୪ ଦିନ ତଳେ ଜଣେ ବାଳକକୁ ମାରିଥିବା ଏହି ବାଘ ଗତକାଲି ସନ୍ଧ୍ୟାରେ ଧରମବନ୍ଧା ଥାନା ସିଲିଆରିବାହାର ଗାଁର ଜଣେ ମହିଳାଙ୍କୁ ଝାମ୍ପି ନେଇ ମୁଣ୍ଡଗଣ୍ଡି ଅଲଗା କରିଦେଇଛି। ସେହିପରି ଶନିବାର ଧରମବନ୍ଧା ଥାନା କୋଦୋପାଲି ଗାଁର ଜଣେ ୮ବର୍ଷ ବୟସର ବାଳକକୁ ଆକ୍ରମଣ କରି ଖଣ୍ଡିଆଖାବରା କରିଛି। ଶନିବାର ଜଙ୍ଗଲରୁ ମୃତ ମହିଳାଙ୍କ ମୁଣ୍ଡ ଓ ଗଣ୍ଡି ଅଲଗା ଅଲଗା ସ୍ଥାନରୁ ଉଦ୍ଧାର କରାଯାଇଛି। ମାତ୍ର ୫ ଦିନ ବ୍ୟବଧାନରେ ଦୁଇଜଣଙ୍କୁ ବାଘ ମାରିବା ଏବଂ ଜଣଙ୍କୁ ଆକ୍ରମଣ କରିବା ଘଟଣା ଅଞ୍ଚଳରେ ଆତଙ୍କ ଖେଳାଇଥିଲା।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..